Wildebeest analysis examples for:   ory-ory   ଙ    February 25, 2023 at 00:57    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
56  GEN 2:25  ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
76  GEN 3:20  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
77  GEN 3:21  ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
84  GEN 4:4  ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
85  GEN 4:5  ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
86  GEN 4:6  ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ?
88  GEN 4:8  ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
93  GEN 4:13  କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
96  GEN 4:16  ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
100  GEN 4:20  ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
101  GEN 4:21  ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
106  GEN 4:26  ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
108  GEN 5:2  ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
110  GEN 5:4  ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
111  GEN 5:5  ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
113  GEN 5:7  ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
116  GEN 5:10  ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
122  GEN 5:16  ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
124  GEN 5:18  ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
125  GEN 5:19  ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
128  GEN 5:22  ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
129  GEN 5:23  ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
130  GEN 5:24  ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
136  GEN 5:30  ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
137  GEN 5:31  ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।