Wildebeest analysis examples for:   ory-ory   ଚ    February 25, 2023 at 00:57    Script wb_pprint_html.py   by Ulf Hermjakob

14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
23  GEN 1:23  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
77  GEN 3:21  ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
104  GEN 4:24  ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
110  GEN 5:4  ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
112  GEN 5:6  ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
113  GEN 5:7  ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
116  GEN 5:10  ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
121  GEN 5:15  ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
122  GEN 5:16  ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
123  GEN 5:17  ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
125  GEN 5:19  ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
127  GEN 5:21  ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
129  GEN 5:23  ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
136  GEN 5:30  ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
138  GEN 5:32  ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
153  GEN 6:15  ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
159  GEN 6:21  ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
163  GEN 7:3  ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
164  GEN 7:4  ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
172  GEN 7:12  ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
174  GEN 7:14  ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
179  GEN 7:19  ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
184  GEN 7:24  ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
187  GEN 8:3  ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
203  GEN 8:19  ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
204  GEN 8:20  ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
217  GEN 9:11  ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
218  GEN 9:12  ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
219  GEN 9:13  ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
220  GEN 9:14  ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
223  GEN 9:17  ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
228  GEN 9:22  ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
229  GEN 9:23  ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
230  GEN 9:24  ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
234  GEN 9:28  ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ।
235  GEN 9:29  ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।
268  GEN 11:1  ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।
270  GEN 11:3  ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
278  GEN 11:11  ଅର୍ଫକ୍‍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
279  GEN 11:12  ପୁଣି, ଅର୍ଫକ୍‍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।