Wildebeest analysis examples for:   ory-ory   ୁ    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17  GEN 1:17  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
33  GEN 2:2  ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।