Wildebeest analysis examples for:   ory-ory   ୂ    February 25, 2023 at 00:57    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
42  GEN 2:11  ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
90  GEN 4:10  ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
92  GEN 4:12  ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
96  GEN 4:16  ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
109  GEN 5:3  ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
127  GEN 5:21  ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
128  GEN 5:22  ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
131  GEN 5:25  ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
132  GEN 5:26  ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
133  GEN 5:27  ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
135  GEN 5:29  ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
140  GEN 6:2  ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
142  GEN 6:4  ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
149  GEN 6:11  ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
156  GEN 6:18  ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
160  GEN 6:22  ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
167  GEN 7:7  ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
173  GEN 7:13  ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
174  GEN 7:14  ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
181  GEN 7:21  ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
182  GEN 7:22  ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
183  GEN 7:23  ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
184  GEN 7:24  ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
189  GEN 8:5  ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
197  GEN 8:13  (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
198  GEN 8:14  ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।
200  GEN 8:16  “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
202  GEN 8:18  ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
203  GEN 8:19  ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
207  GEN 9:1  ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
211  GEN 9:5  ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
212  GEN 9:6  ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
213  GEN 9:7  ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
241  GEN 10:6  କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।
242  GEN 10:7  ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।