Wildebeest analysis examples for:   ory-ory   ଂ    February 11, 2023 at 19:20    Script wb_pprint_html.py   by Ulf Hermjakob

9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
101  GEN 4:21  ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
139  GEN 6:1  ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
147  GEN 6:9  ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
162  GEN 7:2  ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
201  GEN 8:17  ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
207  GEN 9:1  ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
210  GEN 9:4  ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
213  GEN 9:7  ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
215  GEN 9:9  “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
221  GEN 9:15  ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
222  GEN 9:16  ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
223  GEN 9:17  ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
225  GEN 9:19  ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
236  GEN 10:1  ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
240  GEN 10:5  ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
253  GEN 10:18  ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
255  GEN 10:20  ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
266  GEN 10:31  ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
267  GEN 10:32  ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
277  GEN 11:10  ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍‍ଷଦକୁ ଜାତ କଲା।
294  GEN 11:27  ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
302  GEN 12:3  ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
306  GEN 12:7  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
314  GEN 12:15  ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
334  GEN 13:15  କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
335  GEN 13:16  ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
357  GEN 14:20  ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
366  GEN 15:5  ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
372  GEN 15:11  ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।
377  GEN 15:16  ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
379  GEN 15:18  ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
392  GEN 16:10  ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
405  GEN 17:7  ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
406  GEN 17:8  ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
407  GEN 17:9  ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
408  GEN 17:10  ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
410  GEN 17:12  ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
411  GEN 17:13  ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
417  GEN 17:19  ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
418  GEN 17:20  ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
448  GEN 18:23  ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ ?
449  GEN 18:24  ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ ?
489  GEN 19:31  ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ।
490  GEN 19:32  ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”
492  GEN 19:34  ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”
526  GEN 21:12  ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
527  GEN 21:13  ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
565  GEN 22:17  ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
566  GEN 22:18  ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
583  GEN 23:11  “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
588  GEN 23:16  ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
599  GEN 24:7  ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
630  GEN 24:38  ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।”
632  GEN 24:40  ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
633  GEN 24:41  ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।”
652  GEN 24:60  ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
671  GEN 25:12  ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
676  GEN 25:17  ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
678  GEN 25:19  ଅବ୍ରହାମଙ୍କର ପୁତ୍ର ଇସ୍‍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‍ହାକଙ୍କୁ ଜାତ କଲେ;
687  GEN 25:28  ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
696  GEN 26:3  ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
697  GEN 26:4  ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
707  GEN 26:14  ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
717  GEN 26:24  ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
722  GEN 26:29  ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
733  GEN 27:5  ଇସ୍‍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
735  GEN 27:7  ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
747  GEN 27:19  ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
753  GEN 27:25  ସେତେବେଳେ ଇସ୍‍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
757  GEN 27:29  ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
759  GEN 27:31  ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
761  GEN 27:33  ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
775  GEN 28:1  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
778  GEN 28:4  ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
787  GEN 28:13  ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
788  GEN 28:14  ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
796  GEN 28:22  ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
810  GEN 29:14  ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
903  GEN 31:29  ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
913  GEN 31:39  ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋ’ ହାତରୁ ନେଲ।
920  GEN 31:46  ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
941  GEN 32:13  ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”
1023  GEN 35:11  ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
1024  GEN 35:12  ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍‍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
1041  GEN 35:29  ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।