Wildebeest analysis examples for:   ory-ory   ଛ    February 11, 2023 at 19:20    Script wb_pprint_html.py   by Ulf Hermjakob

47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
74  GEN 3:18  ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
86  GEN 4:6  ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ?
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
90  GEN 4:10  ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
91  GEN 4:11  ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
161  GEN 7:1  ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
166  GEN 7:6  ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
171  GEN 7:11  ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
197  GEN 8:13  (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
205  GEN 8:21  ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
212  GEN 9:6  ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
216  GEN 9:10  ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
217  GEN 9:11  ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
219  GEN 9:13  ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
221  GEN 9:15  ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
222  GEN 9:16  ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
223  GEN 9:17  ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
229  GEN 9:23  ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
273  GEN 11:6  ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
275  GEN 11:8  ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
276  GEN 11:9  ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
307  GEN 12:8  ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
312  GEN 12:13  ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”
314  GEN 12:15  ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
327  GEN 13:8  ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
328  GEN 13:9  ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।
332  GEN 13:13  ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
333  GEN 13:14  ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
334  GEN 13:15  କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
352  GEN 14:15  ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
359  GEN 14:22  ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
360  GEN 14:23  ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।
361  GEN 14:24  କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍‍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”
363  GEN 15:2  ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”
370  GEN 15:9  ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”
384  GEN 16:2  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
386  GEN 16:4  ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।
387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
388  GEN 16:6  ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
389  GEN 16:7  ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
390  GEN 16:8  “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
393  GEN 16:11  ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
395  GEN 16:13  ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”
396  GEN 16:14  ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
398  GEN 16:16  ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।
399  GEN 17:1  ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
402  GEN 17:4  “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
406  GEN 17:8  ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
409  GEN 17:11  ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
412  GEN 17:14  ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
416  GEN 17:18  ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”
421  GEN 17:23  ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
422  GEN 17:24  ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
423  GEN 17:25  ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
428  GEN 18:3  “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
429  GEN 18:4  ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
430  GEN 18:5  ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”