Wildebeest analysis examples for:   ory-ory   ଟ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
42  GEN 2:11  ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
74  GEN 3:18  ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
99  GEN 4:19  ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
105  GEN 4:25  ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
108  GEN 5:2  ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
146  GEN 6:8  ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।
149  GEN 6:11  ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
150  GEN 6:12  ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
158  GEN 6:20  ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
159  GEN 6:21  ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
164  GEN 7:4  ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
169  GEN 7:9  ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
172  GEN 7:12  ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
175  GEN 7:15  ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
180  GEN 7:20  ତହିଁ ଉପରେ ପନ୍ଦର କିଉବିଟ୍ସ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
186  GEN 8:2  ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
188  GEN 8:4  ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
193  GEN 8:9  ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
195  GEN 8:11  ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
196  GEN 8:12  ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
205  GEN 8:21  ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
206  GEN 8:22  ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
208  GEN 9:2  ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
221  GEN 9:15  ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
222  GEN 9:16  ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
223  GEN 9:17  ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
241  GEN 10:6  କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।
244  GEN 10:9  ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”
249  GEN 10:14  ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍‍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
269  GEN 11:2  ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
270  GEN 11:3  ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
294  GEN 11:27  ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
298  GEN 11:31  ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
300  GEN 12:1  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
303  GEN 12:4  ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।
304  GEN 12:5  ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
305  GEN 12:6  ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
306  GEN 12:7  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
315  GEN 12:16  ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
316  GEN 12:17  ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
320  GEN 13:1  ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
323  GEN 13:4  ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
324  GEN 13:5  ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
326  GEN 13:7  ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
327  GEN 13:8  ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
329  GEN 13:10  ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
330  GEN 13:11  ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ।
331  GEN 13:12  ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
332  GEN 13:13  ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
333  GEN 13:14  ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
337  GEN 13:18  ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
340  GEN 14:3  ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
342  GEN 14:5  ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
343  GEN 14:6  ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
347  GEN 14:10  ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।
348  GEN 14:11  ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
349  GEN 14:12  ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।
353  GEN 14:16  ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
355  GEN 14:18  ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
362  GEN 15:1  ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”